ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ

0 698

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ ଘଟିଛି। ସ୍ବର୍ଗତ ସାହୁଙ୍କ ବିୟୋଗରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ସ୍ବର୍ଗତ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଭଳି ଏକ ଉଚ୍ଚମାନର ଘରୋଇ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରି ଅନେକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନୂଆ ମାର୍ଗ ଦେଖାଇବାରେ ସକ୍ଷମ ହୋଇଥିଲେ ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ରାଜ୍ୟର ସରକାରୀ ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବାରେ ମଧ୍ୟ ତାଙ୍କର ଭୂମିକା ଥିଲା ଅତୁଳନୀୟ । ଜଣେ ଶିକ୍ଷାବିତ୍ ଭାବରେ ନିଜ ସ୍ୱତନ୍ତ୍ର ଉପସ୍ଥାପନା ଦ୍ୱାରା ଛାତ୍ରଛାତ୍ରୀଙ୍କୁ ଆଗକୁ ବଢ଼ିବା ପାଇଁ ପରାମର୍ଶ ଦେବା ସହ ପ୍ରେରିତ କରୁଥିଲେ ।

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Leave A Reply

Your email address will not be published.

five × 4 =