ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ଧର୍ମେନ୍ଦ୍ରଙ୍କ ନିନ୍ଦା

0 383

ଭୁବନେଶ୍ୱର : ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭଳି ଆଜି ମଧ୍ୟ ଅନେକ ସ୍ଥାନରେ ହିଂସା ଏବଂ ସାମ୍ବାଦିକ ଭାଇଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖାଯାଇଛି । ବିଶେଷତଃ ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣର ଦୃଶ୍ୟ ମୋତେ ବ୍ୟଥିତ କରିଛି ବୋଲି କେନ୍ଦ୍ର ରେଳମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ, ଯାହା ଦୁଃଖ ଓ ପରିତାପର ବିଷୟ । ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ ।

ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇ ମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

ପ୍ରଶାସନର ଦାୟିତ୍ୱ ହେଉଛି ଲୋକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା । ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସା ଏବଂ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣକୁ ଗୁରୁତ୍ୱର ସହ ନେଇ କଠୋର ପଦକ୍ଷେପ ନିଅନ୍ତୁ ବୋଲି କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ପ୍ରଧାନ ଦାବି କରିଛନ୍ତି।

Leave A Reply

Your email address will not be published.

five × 2 =