ଭୁବନେଶ୍ୱର :ଗଞ୍ଜାମ ଜିଲ୍ଲାର ଟାଣୁଆ ନେତା ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪)ଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ସମ୍ ଅଲ୍ମେଟ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସଂଧ୍ୟା ୭ଟା ୩୧ରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ପାର୍ଥିବ ଶରୀରକୁ ବିଧାନସଭା, ଲୋକସେବା ଭବନକୁ ନିଆଯିବା ପରେ ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳିପ୍ରଦାନ କରାଯାଇଥିଲା । ପରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି । ତାଙ୍କ ବିୟୋଗ ଗଞ୍ଜାମ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି!